www.samajalive.in
Friday, December 12, 2025
27.1 C
Bhubaneswar

୫-ଟି ସଚିବଙ୍କ ପୁରୀ ଗସ୍ତ: ଶ୍ରୀସେତୁ ଓ ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଙ୍ଗ କାମର ଅଗ୍ରଗତି ସମୀକ୍ଷା

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ସମୀକ୍ଷା କରିଛନ୍ତି।

ପ୍ରଥମେ ଶ୍ରୀ ପାଣ୍ଡିଆନ ଶ୍ରୀସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ। କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିବା ସହିତ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ସେ ବାଶେଳୀ ସାହିକୁ ଯାଇ ୧୦ ଏକର ଜମିରେ ନିର୍ମିତ ହେଉଥିବା ଧର୍ମଶାଳା କାମ ବୁଲି ଦେଖିଥିଲେ। ଏହି ଧର୍ମଶାଳାରେ ଚାରିହଜାର ଲୋକ ରହିବାର ବ୍ୟବସ୍ଥା ଏ କରାଯାଉଛି। ଏହାସହ ସମଙ୍ଗ ଠାରେ ୪୩ ଏକର ଜମିରେ ନିର୍ମିତ ହେଉଥିବା କାର ଓ ବସ ପାର୍କିଙ୍ଗ କାର୍ଯ୍ୟ ମଧ୍ୟ ଶ୍ରୀ ପାଣ୍ଡିଆନ ବୁଲି ଦେଖିଥିଲେ। ଏ ସମସ୍ତ କାର୍ଯ୍ୟ ନିର୍ଧାରିତ ସମୟ ରେ ରଥୟାତ୍ରା ପୂର୍ବରୁ ଶେଷ କରିବା ପାଇଁ ଶ୍ରୀ ପାଣ୍ଡିଆନ ପ୍ରଶାସନକୁ ପରାମର୍ଶ ଦେଉଥିଲେ।

- Advertisement -

ସୂଚନାଯୋଗ୍ୟ ଯେ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଶ୍ରୀ ପାଣ୍ଡିଆନ ଗତ ଶନିବାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories