www.samajalive.in
Saturday, December 13, 2025
18.1 C
Bhubaneswar

ମହିଳାଙ୍କୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ବିଶାଳ ସମାବେଶ

ଲଡୁଗାଁ: କଳାହାଣ୍ଡି ଜିଲ୍ଲା ଲଡୁଗାଁ ସନ୍ନିକଟ କୁଚାଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଧୁଟିଗୁଡା ମଣ୍ଡି ପରିସର ଠାରେ ଶୁକ୍ରବାର ଏକ ବିଶାଳ ମହିଳା ସମାବେଶ ଆୟୋଜିତ ହୋଇଯାଇଛି। ଏହି ସମାବେଶ କୁଚାଗାଁ ସ୍ଵୟଂ ସହାୟକ ଗୋଷ୍ଠୀ, ସରସ୍ଵତୀ ଉତ୍ପାଦକ ଗୋଷ୍ଠୀ ଏବଂ ପ୍ରଫେସର ଭୁବନେଶ୍ବର ବେହେରା ମେମୋରିଆଲ ୟୁଥ ଅର୍ଗାନାଇଜେଶନ୍ ଆନୁକୁଲ୍ୟରେ ପାଳିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସମସ୍ତଙ୍କୁ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜ୍ଞାପନ କରି ଗ୍ରାମାଞ୍ଚଳର ଏଭଳି ଆୟୋଜନ ମହିଳା ମାନଙ୍କ ପାଇଁ ସଚେତନ ଧର୍ମୀ ଓ ଶିକ୍ଷଣୀୟ ବୋଲି ବର୍ଣ୍ଣନା କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଜୁନାଗଡ଼ ସବିତା ମେହେର, ଧର୍ମଗଡ଼ ଏନଏସି ଉପାଧ୍ୟକ୍ଷା ମନୀଷା ମିଶ୍ର, ବରିଷ୍ଠ ସାମ୍ବାଦିକ ଶେଷଦେବ ବେହେରା ପ୍ରମୁଖ ଯୋଗ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories