www.samajalive.in
Tuesday, December 9, 2025
26.1 C
Bhubaneswar

ଦେଶରେ କରୋନା, ଚିହ୍ନଟ ହେଲେ ଆଉ ୧୦ ହଜାର ୯୩ ନୂଆ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଦିଲ୍ଲୀରୁ ୫, ଛତିଶଗଡ ଓ ରାଜସ୍ଥାନରୁ ୩ ଜଣ ଲେଖାଏଁ, ମହାରାଷ୍ଟ୍ର ଓ କର୍ଣ୍ଣାଟକରୁ ୨ ଜଣ ଲେଖାଏଁ ଥିବା ବେଳେ ଏବଂ ହରିୟାଣା, ଓଡିଶା, ତାମିଲନାଡୁ ଓ ଉତ୍ତରାଖଣ୍ଡରେ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୧୧୪ରେ ପହଞ୍ଚିଛି।

- Advertisement -

ବର୍ତ୍ତମାନ ପର୍ୟ୍ୟନ୍ତ ଦେଶରେ ୪,୪୨,୨୯,୪୫୯ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏପର୍ୟ୍ୟନ୍ତ ଦେଶରେ ୨୨୦,୬୬,୨୬,୩୨୪ ଡୋଜ କରୋନା ଟିକା ଦିଆଯାଇଛି।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories