www.samajalive.in
Saturday, December 6, 2025
26.1 C
Bhubaneswar

ସୁଦାନରେ ସଂଘର୍ଷ, ୨୫ ମୃତ ଓ ୧୮୩ ଆହତ

ଡେସ୍କ: ସୁଦାନ ସେନା ସହିତ ଏକ ସମାନ୍ତରାଳ ବିଦ୍ରୋହୀ ଗୋଷ୍ଠୀ ରାପିଡ୍ ସପୋର୍ଟ ଫୋର୍ସର ସଂଘର୍ଷ ଫଳରେ ୨୫ ଜଣ ପ୍ରାଣ ହରାଇଥିବା ବେଳେ ୧୮୩ ଜଣ ଗୁରୁତର ଆହତ ହୋଇଛନ୍ତି। ରାଜଧାନୀ ଖାର୍ତୁମ ନିକଟରେ ଘଟିଥିବା ଏହି ସଂଘର୍ଷରେ ଆହତଙ୍କ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆହତମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍ ସୁଦାନ ସେନା ଓ ରାପିଡ୍ ସପୋର୍ଟ ଫୋର୍ସ ମଧ୍ୟରେ ଘଟିଥିବା ସଂଘର୍ଷକୁ ନିନ୍ଦା କରିଛନ୍ତି। ତୁରନ୍ତ ସଂଘର୍ଷ ବନ୍ଦ କରି ଶାନ୍ତି ଫେରାଇ ଆଣିବାକୁ ଏବଂ ଉପୁଜିଥିବା ସଙ୍କଟର ସମାଧାନ ପାଇଁ ଆଲୋଚନା କରିବାକୁ ଉଭୟ ପକ୍ଷର ନେତାଙ୍କୁ ଆହ୍ୱାନ ଦେଇଛନ୍ତି।

- Advertisement -

ଇତି ମଧ୍ୟରେ ଭାରତୀୟ ଦୂତାବାସ ସୁଦାନ ଯାତ୍ରା ସ୍ଥଗିତ ରଖିବାକୁ ଭାରତୀୟମାନଙ୍କୁ ନିବେଦନ କରିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories