www.samajalive.in
Monday, December 8, 2025
24.1 C
Bhubaneswar

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଦାଦା ୱାଇ ଏସ୍‌ ଭାସ୍କର ରେଡ୍ଡୀ ଗିରଫ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଦାଦା ୱାଇ ଏସ୍‌ ଭାସ୍କର ରେଡ୍ଡୀଙ୍କୁ ରବିବାର ସିବିଆଇ ଗିରଫ କରିଛି। ପୂର୍ବତନ ସାଂସଦ ବିବେକାନନ୍ଦ ରେଡ୍ଡୀଙ୍କ ହତ୍ୟା ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏଠାରେ ଉଲ୍ଲେଖଯୋଗ୍ୟ, ବିବେକାନନ୍ଦ ରେଡ୍ଡୀ ହେଉଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ୱାଇ ଏସ୍‌ ରାଜଶେଖର ରେଡ୍ଡୀଙ୍କ ଭାଇ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଦାଦା। ୨୦୧୯ ମସିହା ମାର୍ଚ୍ଚ ୧୫ ତାରିଖରେ ପୁଲିବେନ୍ଦୁଲା ସ୍ଥିତ ନିଜ ଘରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। କଡ଼ପାରୁ ସିବିଆଇ ଅଧିକାରୀମାନେ ଭାସ୍କର ରେଡ୍ଡୀଙ୍କୁ ଗିରଫ କରିଛନ୍ତି। ତାଙ୍କ ନାମରେ ଷଡ଼ଯନ୍ତ୍ର, ନରହତ୍ୟା ଓ ପ୍ରମାଣ ନଷ୍ଟ ଆଦି ଦଫା ଲାଗୁ କରାଯାଇଛି।

ସୂଚନାଯୋଗ୍ୟ, ପ୍ରଥମେ ରାଜ୍ୟ ଅପରାଧ ତଦନ୍ତ ବିଭାଗର ସ୍ପେସାଲ୍‌ ଇନ୍‌ଭେଷ୍ଟିଗେସନ୍‌ ଟିମ୍(ଏସ୍‌ଆଇଟି) ମାମଲାର ତଦନ୍ତ କରୁଥିଲା। ମାତ୍ର ୨୦୨୦ ଜୁଲାଇରେ ଏହି ମାମଲା ସିବିଆଇକୁ ହସ୍ତାନ୍ତର କରାଯାଇଥିଲା।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories