www.samajalive.in
Tuesday, December 9, 2025
15.1 C
Bhubaneswar

ଅଗ୍ନିକାଣ୍ଡରେ ୩ ବଖରା ଭସ୍ମୀଭୂତ; ବିପନ୍ନଙ୍କୁ ଭେଟି ସହାୟତା ପ୍ରଦାନ କଲେ ମନ୍ତ୍ରୀ

ତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ ବାଲିପୁଟ ପଞ୍ଚାୟତର ଗୋଦରାବନ୍ଧ ଗ୍ରାମରେ ରବିବାର ଅଗ୍ନିକାଣ୍ଡ ଘଟି ସନାତନ ବେହେରାଙ୍କର ୩ ବଖରା ଚାଳଘର ଭସ୍ମୀଭୂତ ହୋଇଯାଇଛି। ଖବର ପାଇ ତିଗିରିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଘରେ ଥିବା ସମସ୍ତ ଆସବାବପତ୍ର ସହ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ବ ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ବିଷୟରେ ଖବର ପାଇ ସ୍ଥାନୀୟ ବିଧାୟକ ତଥା ରାଜ୍ୟ କୃଷି ମତ୍ସ୍ୟ ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ଅତ୍ୟାବଶ୍ୟକ ସାମଗ୍ରୀ ସହିତ ଶୁଖିଲା ଖାଦ୍ୟ ଓ ବସ୍ତ୍ର ବଣ୍ଟନ କରିଛନ୍ତି। ତୁରନ୍ତ ତଦନ୍ତ କରି ଅଗ୍ନିବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ବ୍ଲକ ଅଧ୍ୟକ୍ଷା ସନ୍ଧ୍ୟାରାଣୀ ନାୟକ, ସରପଞ୍ଚ ରଞ୍ଜନ ସୁତାର, ଗ୍ରାମ ବିଜେଡି ସଭାପତି ଗିରୀଶ ଜେନା, ଦୀପକ ମହାନ୍ତି ଓ ଗ୍ରାମର ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories