www.samajalive.in
Saturday, December 13, 2025
18.1 C
Bhubaneswar

ପାଲାକାରଙ୍କୁ ଚିନ୍ତା ଚେତନା ବୈଶାଖୀ ସମ୍ମାନ

ଚୌଦ୍ୱାର : ସୁପ୍ରତିଷ୍ଠିତ ପାଲାକାର ତଥା ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ସତ୍ୟ ସନାତନ ଭାଗବତ ପ୍ରଚାର ସମିତିର ସଭାପତି ଉତ୍କଳ ପ୍ରତିଭା ସିଦ୍ଧେଶ୍ୱର ନାୟକଙ୍କୁ ମର୍ଯ୍ୟାଦାଜନକ ଚିନ୍ତା ଚେତନା ବୈଶାଖୀ ସମ୍ମାନରେ ସମ୍ମାନିତ କରାଯାଇଛି । ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଚିନ୍ତା ଚେତନା ଆନୁକୁଲ୍ୟରେ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ୪୫ତମ ଜାତୀୟ ବୈଶଖୀ ସମ୍ମାନ ମହୋତ୍ସବରେ ପାଲା ଗାୟନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀ ନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଉଲ୍ଲେଖଯୋଗ୍ୟଯେ ଭାଗବତର ପ୍ରଚାର ଓ ପ୍ରସାର, ଗ୍ରାମେ ଗ୍ରାମେ ଭାଗବତ ଟୁଙ୍ଗୀ ପ୍ରତିଷ୍ଠା ଓ ପୁନରୁଦ୍ଧାର, ପରିବେଶ ସୁରକ୍ଷା, ବୃକ୍ଷ ରୋପଣ, ସମାଜସେବା ଅଦି କାର୍ଯରେ ଆଜକୁ ୨ ଦଶନ୍ଧିଧରି ଶ୍ରୀ ନାୟକ ଉଲ୍ଲେଖନୀୟ କାର୍ଯ୍ୟ କରିବା ସହିତ ପାଲା ଗାୟନ ପାଇଁ ବହୁ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ତାଙ୍କର ଏହି ସମ୍ମାନ ପ୍ରାପ୍ତିରେ ସ୍ଥାନୀୟ ଅଞ୍ଚଳର ବହୁ ସଂସ୍କୃତି ପ୍ରେମୀ ତାଙ୍କୁ ଶୁଭେଚ୍ଛା ପ୍ରଦାନ କରିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories