www.samajalive.in
Monday, December 8, 2025
24.1 C
Bhubaneswar

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ !

ହରଭଙ୍ଗା : ହରଭଙ୍ଗା ବ୍ଲକ  ପୁରୁଣା କଟକ ଥାନା  ଅନ୍ତର୍ଗତ ଚାରିଛକ  ବଜାରରେ ସୋମବାର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ମୃତ ମହିଳା ଜଣଙ୍କ ଚାରିଛକର  ବାଲାଜୀ ପାତ୍ରଙ୍କ ଧର୍ମପତ୍ନୀ ଲିପିକା ପାତ୍ର  ବୋଲି ସୂଚନା ମିଳିଛି।  ସୂଚନା ଅନୁଯାୟୀ ପୁରୁଣାକଟକ ଥାନା ଚାରିଛକ ବଜାରର ଏଲଆଇସି ଏଜେଣ୍ଟ ଵାଲାଜି ପାତ୍ରଙ୍କ ପତ୍ନୀ ଲିପିକାଙ୍କୁ ଶୋଇବା ଘରେ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁରୁଣା କଟକ ପୁଲିସ ପହଞ୍ଚି  ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ପଠାଇଛି। ଏହି ଘଟଣାକୁ ନେଇ ପୁଲିସ ଅଧିକ ତଦନ୍ତ କରୁଥିବା ସୂଚନା ମିଳିଛି। ପାରିବାରିକ କଳିରୁ ଏଭଳି ଘଟଣା ଘଟିଥିବା  ଆଲୋଚନା ହେଉଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories