www.samajalive.in
Monday, December 15, 2025
16.1 C
Bhubaneswar

ଅଟୋ ଦୁର୍ଘଟଣା: ମହିଳା ସ୍ୱାସ୍ଥ୍ୟକର୍ମୀ ମୃତ, ଶିକ୍ଷୟିତ୍ରୀଙ୍କ ସମେତ ୬ ଆହତ

ସାକ୍ଷୀଗୋପାଳ: ସତ୍ୟବାଦୀ ଥାନା ଅନ୍ତର୍ଗତ ସାକ୍ଷୀଗୋପାଳ ଅଳଗୁମ ରାସ୍ତାର ନହଳା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଏକ ଯାତ୍ରୀବାହୀ ଅଟୋ ଓ ଏକ ଡାଲା ଆଟୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଛି। ଏହାସହ ଜଣେ ଶିକ୍ଷୟିତ୍ରୀଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଅଳଗୁମରୁ ସାକ୍ଷୀଗୋପାଳ ଆସୁଥିବା ଯାତ୍ରୀବାହୀ ଅଟୋ ଓ ସାକ୍ଷୀଗୋପାଳରୁ ଅଳଗୁମ ଯାଉଥିବା ଡାଲା ଅଟୋ ପରସ୍ପର ମଧ୍ୟରେ ମୁଁହାମୁହିଁ ଧକ୍କା ହୋଇଥିଲା।

ମୃତକ ଜଣକ ହେଉଛନ୍ତି, ଅଳଗୁମ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା ସ୍ୱାସ୍ଥ୍ୟକର୍ମୀ ପ୍ରଭାସିନୀ ପ୍ରଧାନ(୫୪)। ଆହତମାନେ ହେଉଛନ୍ତି, ମଧୁବନ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଷମା ରାଣୀ ସ୍ୱାଇଁ(୫୮), ସୁଦର୍ଶନ ସାଥୁଆ(୪୫), କମଳାକାନ୍ତ ମହାପାତ୍ର(୫୪), ଗୁଣନିଧି ବରାଳ( ୪୧), ଲଳିତା ବରାଳ (୪୯) ଓ ସସ୍ମିତା ପାଲ (୨୬)। ସ୍ଥାନୀୟ ଲୋକେ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଆହତମାନଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସତ୍ୟବାଦୀ ପୁଲିସ ଦୁର୍ଘଟଣାଗ୍ରସ୍ତ ଯାନ ଦ୍ବୟ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories