www.samajalive.in
Monday, December 15, 2025
26.1 C
Bhubaneswar

ସୂଚନା ଓ ଲୋକସଂପର୍କ ବିଭାଗର ନୂଆ ନିର୍ଦ୍ଦେଶକ ସରୋଜ କୁମାର ସାମଲ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ସରୋଜ କୁମାର ସାମଲ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ରାଜ୍ୟ ସରକାରଙ୍କ ମୁଖପତ୍ର ସଦୃଶ। ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକୁ ଏହି ବିଭାଗ ପ୍ରଚାରପ୍ରସାର କରି ସରକାରଙ୍କ ଭାବମୂର୍ତ୍ତି ଗଠନରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଥାଏ ବୋଲି ଶ୍ରୀ ସାମଲ ପ୍ରକାଶ କରିଛନ୍ତି । ଦଳଗତ କାର୍ଯ୍ୟ ଉପରେ ବିଶ୍ୱାସ କରୁଥିବା ନୂଆ ନିର୍ଦେଶକ ୫-‘ଟି’ ମନ୍ତ୍ର ଆଧାରରେ ବିଭାଗର ଗୌରବ ଓ ଗରିମାକୁ ବୃଦ୍ଧି କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବିଭାଗର ସମ୍ମିଳନୀ କକ୍ଷରେ ପୁଷ୍ପଗୁଚ୍ଛ ଦେଇ ନୂଆ ନିର୍ଦେଶକଙ୍କୁ ବିଭାଗ ତରଫରୁ ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ ସ୍ୱାଗତ କରିଥିବାବେଳେ ବିଦାୟୀ ନିର୍ଦେଶକ ଶ୍ରୀ ତ୍ରିପାଠୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମମାନଙ୍କରେ ଗଣମାଧ୍ୟମ ପରିଚାଳନାଠାରୁ ଆରମ୍ଭ କରି ଅନ୍ୟାନ୍ୟ କାର୍ଯ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। କୋଭିଡ୍‌ ସମୟରେ ବିଶେଷ କରି ସେ ସମୟରେ ହୋଇଥିବା ରଥଯାତ୍ରାରେ ବିଭାଗ ଏକନିଷ୍ଠ ହୋଇ କାର୍ଯ୍ୟ କରିଥିଲା, ଯାହାର ସୁଫଳ ରାଜ୍ୟବାସୀ ପାଇଥିଲେ । ପାଖାପାଖି ଦୁଇବର୍ଷର କାର୍ଯ୍ୟକାଳ ମଧ୍ୟରେ ସମସ୍ତଙ୍କଠାରୁ ଅକୁଣ୍ଠ ସହଯୋଗ ପାଇଛି, ଯାହା ସବୁଦିନ ସ୍ମରଣୀୟ ରହିବ ବୋଲି ବିଦାୟୀ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ପ୍ରକାଶ କରିଥିଲେ।

- Advertisement -

ଏହି ଅବସରରେ ଆୟୋଜିତ ସଭାକୁ ସଂଯୋଜନା କରି ବିଭାଗୀୟ ନିର୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା ଏହା ପୂର୍ବରୁ ଝାରସୁଗୁଡ଼ା ଜିଲାପାଳ ଭାବେ ଶ୍ରୀ ସାମଲ ଜଣେ ଦକ୍ଷ ପ୍ରଶାସକ ରୂପେ ସୁନାମ ଅର୍ଜନ କରିଥିବା ପ୍ରକାଶ କରିଥିଲେ। ସେହିପରି ବିଭାଗର ସୁଦୃଢ଼ୀକରଣ ପାଇଁ ଅନେକ ନୂଆ ପଦକ୍ଷେପ, ବିଶେଷ କରି ନୂଆ ନିଯୁକ୍ତି ପାଇଁ ବିଦାୟୀ ନିର୍ଦେଶକ ଶ୍ରୀ ତ୍ରିପାଠୀଙ୍କ ପ୍ରୟାସ ଓ ପଦକ୍ଷେପଗୁଡ଼ିକର ସେ ଭୂୟସୀ ପ୍ରଶଂସା କରିଥିଲେ। ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଏହି ସଭାରେ ଉପସ୍ଥିତ ଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories