www.samajalive.in
Saturday, December 6, 2025
26.1 C
Bhubaneswar

ଅତାବିରାରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ

ରେଙ୍ଗାଲିକ୍ୟାମ୍ପ: ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଓ ଅନ୍ୟାନ୍ୟ ହିନ୍ଦୁ ସଂଗଠନ ପକ୍ଷରୁ ଆଜି ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ବଜରଙ୍ଗ ଦଳ କର୍ମୀମାନେ ବାଇକ ରାଲିରେ ସହର ପରିକ୍ରମା କରି ହିଂସାକାଣ୍ଡରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ ପାଇଁ ସ୍ଲୋଗାନ ଦେଇଥଲେ। ଅତାବିରାରେ ଦୋକାନ ବଜ଼ାର, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଗାଡ଼ି ଚଳାଚଳ, ସ୍କୁଲ କଲେଜ ବନ୍ଦ ରହିଥିଲା। ଦୈନିକ ବଜାର, ପନିପରିବା ଦୋକାନ, ଦୁଗ୍ଧ କେନ୍ଦ୍ର, ବ୍ୟାଙ୍କ୍, ଡାକଘର ସବୁ ବନ୍ଦ୍ ରହିଥିଲା। କେବଳ ସ୍ବାସ୍ଥ୍ୟ କେନ୍ଦ୍ର ଓ ମେଡ଼ିକାଲ ଖୋଲାଥିବା ଦେଖାଯାଇଥିଲା। ଏପରିକି ଆଜି ଅତାବିରା ଏନଏସିର ଉପାଧ୍ୟକ୍ଷ ନିର୍ବାଚନ ରହିଥିଲା। ଏହି ନିର୍ବାଚନକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏହି ବନ୍ଦ ଡାକରାକୁ ଅତାବିରାରେ ଶାନ୍ତିପୂର୍ଣ୍ଣ ଭାବରେ ପାଳନ କରାଯାଇଥିଲା।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories