www.samajalive.in
Tuesday, December 9, 2025
16.1 C
Bhubaneswar

ଆହୁରି ୩୬ ଘଣ୍ଟା ଅଗ୍ନିବର୍ଷା

ଭୁବନେଶ୍ବର : ପୂର୍ବପରି ଗୁରୁବାର ମଧ୍ୟ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ୨୮ସହରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଊର୍ଦ୍ଧ୍ବ ରେକର୍ଡ ହୋଇଛି। ଗୁରୁବାର ବୌଦ୍ଧରେ ସର୍ବାଧିକ ଦିନ ତାପମାତ୍ରା ୪୩.୯ଡିଗ୍ରୀ ରେକର୍ଡ଼ ହୋଇଛି। ତାତିରୁ ବର୍ତ୍ତିନାହିଁ ଭୁବନେଶ୍ବର, ତାଳଚେର ଏବଂ କେନ୍ଦ୍ରାପଡ଼ା। ଏହି ତିନି ସହରରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ଛୁଇଁଥିବାରୁ ନିଆଁ ବର୍ଷିଥିଲା। ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୪୩.୨ଡିଗ୍ରୀ, ତାଳଚେର ଏବଂ କେନ୍ଦ୍ରାପଡ଼ାରେ ୪୩ ଡିଗ୍ରୀ ଲେଖାଏଁ ରହିଥିଲା। ଆକାଶରୁ ଅଗ୍ନିବର୍ଷା ଦ୍ବାରା ଜୀବନ ଯାତ୍ରା ପ୍ରଭାବିତ ହେଉଛି। ତେବେ ୨୨ ତାରିଖ ପରେ ପାଗରେ ଆସିପାରେ ପରିବର୍ତ୍ତନ। ୩ଦିନ ଧରି କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ବସ୍ତି ମିଳିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
କଟକ, ଅନୁଗୋଳ, ଝାରସୁଗୁଡ଼ା, ଭବାନୀପାଟଣା, ବଲାଙ୍ଗୀର, ମାଲକାନଗିରି ଏବଂ ନୂଆପଡା ଜିଲାରେ ତାତି ୪୨ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୩୬ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ୩୬ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ବା ସ୍ୱାଭାବିକ ତୁଳନାରେ ୩ ରୁ ୫ ଡିଗ୍ରୀ ରେକର୍ଡ଼ ହୋଇପାରେ। ୩୬ ଘଣ୍ଟା ମଧ୍ୟରେ ତାତିରୁ ଆଶ୍ବସ୍ତି ମିଳିବାର ସମ୍ଭାବନା ନ ଥିବାବେଳେ ୨୨ତାରିଖରୁ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ କେତେକ ଜିଲାର କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଫଳସ୍ବରୂପ ଗ୍ରୀଷ୍ମପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ଉପରୋକ୍ତ ଜିଲାର ଜିଲାପାଳମା‌େ‌ନ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି। ଉପଗ୍ରହରୁ ମିଳୁଥିବା ତଥ୍ୟ ଅନୁଯାୟୀ ବରଗଡ, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର ଏବଂ ଭଦ୍ରକ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ହେଉଛି। ଆସନ୍ତାକାଲି ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ପୁରୀ ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories