www.samajalive.in
Monday, December 15, 2025
15.1 C
Bhubaneswar

ଅକ୍ଟୋବର ସୁଦ୍ଧା ‘ଆମ ହସ୍ପିଟାଲ’ ପ୍ରକଳ୍ପ ସାର

ଭୁବନେଶ୍ୱର : ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ଆମ ହସ୍ପିଟାଲ’ କାର୍ଯ୍ୟକ୍ରମକୁ ସ୍ବାସ୍ଥ୍ୟ ବିଭାଗ ତ୍ୱରାନ୍ୱିତ କରିଛି। ପ୍ରକଳ୍ପ ପୂର୍ଣାଙ୍ଗ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସମୟ ସାରଣୀ ଧାର୍ଯ୍ୟ ସହ ପ୍ରତି ଜିଲାକୁ ସେମାନଙ୍କ ପ୍ରକଳ୍ପ ଆକଳନ ଅନୁସାରେ ଆବଶ୍ୟକ ପାଣ୍ଠି ଯୋଗାଇ ଦିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ଯେଭଳି ଅକ୍ଟୋବର ସୁଦ୍ଧା ଶେଷ‌ ହେବ ସେନେଇ ଶୁକ୍ରବାର ସବୁ ଜିଲାପାଳଙ୍କୁ ନିର୍ଦେଶନାମା ଜାରି କରାଯାଇଛି। ଏଥିପାଇଁ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ଯୁଗ୍ମ ଭାବେ ନିର୍ଦେଶନାମା ଜିଲାପାଳଙ୍କୁ ପଠାଇଛନ୍ତି। ଚଳିତ ବର୍ଷ ମେ ୧୫ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷକରି କ୍ଷେତ୍ରସ୍ତରୀୟ କାର୍ଯ୍ୟାରମ୍ଭ ନିମନ୍ତେ ନିର୍ଦେଶ ଦିଆଯାଇଛି। ଅକ୍ଟୋବର ଶେଷ ସୁଦ୍ଧା ପ୍ରକଳ୍ପ ପୂର୍ଣ୍ଣାଙ୍ଗ ହେବ। ନିର୍ଦ୍ଧାରିତ ମାନକ ଅନୁସାରେ ଗୁଣାତ୍ମକ ମାନ ବଜାୟ ରଖି ନିର୍ମାଣ କାର୍ଯ୍ୟ କରିବା ପାଇଁ ପତ୍ରରେ କୁହାଯାଇଛି।
ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ଜିଲାର ୧୪୭ଟି ହସ୍ପିଟାଲ ୫-ଟି ଢାଞ୍ଚାରେ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ପ୍ରକଳ୍ପର ତ୍ୱରିତ କାର୍ଯ୍ୟାନ୍ୱୟନ ନିମନ୍ତେ ଜିଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ପ୍ରକଳ୍ପର ଅନୁମୋଦନ, କାର୍ଯ୍ୟାନ୍ୱୟନ ଓ ତଦାରଖ ନିମନ୍ତେ ଜିଲାସ୍ତରୀୟ କମିଟିକୁ ସରକାର ପୂର୍ଣ୍ଣ କ୍ଷମତା ପ୍ରଦାନ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories