www.samajalive.in
Sunday, December 7, 2025
26.1 C
Bhubaneswar

ଅଙ୍ଗନବାଡ଼ି କେନ୍ଦ୍ର ପ୍ରତ୍ୟେକ କାର୍ଯ୍ୟ ଦିବସରେ ସକାଳ ୭ଟା ରୁ ୧୦ଟା ପର୍ଯ୍ୟନ୍ତ ରହିବ ଖୋଲା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅଙ୍ଗନବାଡ଼ି ସହିତ ସ୍କୁଲଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆଗୁଆ ଗ୍ରୀଷ୍ମ ଛୁଟି ଘୋଷଣା କରାଯାଇଛି। ସ୍କୁଲଗୁଡ଼ିକର ଗ୍ରୀଷ୍ମ ଛୁଟି ପରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର କାର୍ଯ୍ୟକୁ ନେଇ କ୍ଷେତ୍ରରେ କିଛି ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ଅଙ୍ଗନବାଡ଼ି କେନ୍ଦ୍ର ସଂଶୋଧିତ ସମୟ ସୀମା ଅନୁଯାୟୀ ଏବଂ ପୂର୍ବରୁ ଜାରି ହୋଇଥିବା ଗ୍ରୀଷ୍ମ ପ୍ରବାହ ପ୍ରୋଟୋକଲ ପାଳନ କରି ପୂର୍ବପରି କାର୍ଯ୍ୟକ୍ଷମ ରହିବ ବୋଲି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଅଙ୍ଗନବାଡ଼ି କେନ୍ଦ୍ର ପ୍ରତ୍ୟେକ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ କାର୍ଯ କରିବ। ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲାପାଳମାନେ ଅଙ୍ଗନବାଡ଼ି କେନ୍ଦ୍ର କାର୍ଯ୍ୟ ସମୟରେ ଆବଶ୍ୟକ ପରିବର୍ତ୍ତନ କରିପାରନ୍ତି ବୋଲି ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ନିର୍ଦେଶ ଜାରି କରଛନ୍ତି।

- Advertisement -

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories