www.samajalive.in
Sunday, December 14, 2025
23.1 C
Bhubaneswar

ଅକ୍ଷୟ ତୃତୀୟାରେ ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଆଜି ଅକ୍ଷୟ ତୃତୀୟା ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ଠାରେ ବିଜୁ ଜନତା ଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାକୁ ଭଲ ପାଉଥିବା ଓଡିଶାର ବିକାଶ ପାଇଁ, ଓଡ଼ିଆ ସ୍ୱାଭିମାନର ସୁରକ୍ଷା ପାଇଁ ତଥା ଏକ ନୂଆ ଓଡିଶା ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ଆଗ୍ରହୀ ସମସ୍ତଙ୍କର ମିଳନସ୍ଥଳୀ ହେବ ଶଙ୍ଖ ଭବନ। ଏହା ହେବ ସାଢେ ଚାରିକୋଟି ଓଡିଆଙ୍କ ପ୍ରିୟ ଭବନ। ଶଙ୍ଖ ଭବନର ସବୁ କାର୍ଯ୍ୟକ୍ରମ ଓଡିଶାବାସୀଙ୍କ ସେବାରେ ସମର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୧୯୯୭ ଥିଲା, ଓଡିଶା ରାଜନୀତିରେ ଏକ ନୂଆ ଯୁଗର ଆରମ୍ଭ। ବିଜୁ ବାବୁଙ୍କ ଆଦର୍ଶ, ସେବା, ସ୍ୱାଭିମାନ ଓ ସଂଗ୍ରାମର ମନ୍ତ୍ର ନେଇ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ଆଞ୍ଚଳିକ ଦଳ ଭାବରେ ଓଡିଶାବାସୀଙ୍କ ସେବାରେ ରହି ସେଦିନର ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନରେ ରୂପାନ୍ତରିତ ହୋଇଯାଇଛି। ବିଜୟର ଶୁଭଶଙ୍ଖ ବାଜି ଚାଲିଛି।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଶଙ୍ଖ ଭବନ ଓଡିଶାର ଅତୀତ ସହ ଏହା ଭବିଷ୍ୟତକୁ ଯୋଡିବ। ସାଢେ ଚାରି କୋଟି ଓଡଶାବାସୀକୁ ଏକାଠି କରିବ। ଓଡିଶାର ବିକାଶ ପାଇଁ ସମର୍ପିତ ହେବ। ଓଡ଼ିଆ ସ୍ୱାଭିମାନର ସୁରକ୍ଷା ପାଇଁ ସମର୍ପିତ ହେବ। ଓଡିଶାର କଳା, ସାହିତ୍ୟ, ସଂସ୍କୃତିର ବିକାଶ ପାଇଁ ସମର୍ପିତ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଶଙ୍ଖ ଭବନ କେବଳ ଆମର ଭୌତିକ, ସାମାଜିକ, ଅର୍ଥନୈତିକ ସାଂସ୍କୃତିକ ଓ ରାଜନୈତିକ ଉନ୍ନତି ପାଇଁ ପ୍ରେରଣାର କେନ୍ଦ୍ର ହେବ ନାହିଁ, ଏହା ଜଗନ୍ନାଥ ସଂସ୍କୃତିର ମୂଳତତ୍ତ୍ଵ ଆଧାରରେ ଆମର ଆଧ୍ୟାତ୍ମିକ ଉତ୍ତରଣର କେନ୍ଦ୍ର ମଧ୍ୟ ହେବ।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories