ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ମୋଟ ୧୫ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ଶେଷ ହୋଇଛି। ଏଥିରେ ୧୫ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଆଜି କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ସମ୍ପ୍ରସାରଣ କରାଯିବ। କଟକ ସହରର ଖାନନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ ଯାଇଥିବା ରାସ୍ତା ୬ ଲେନ ବିଶିଷ୍ଟ କରାଯିବା ନେଇ ନିଷ୍ପତ୍ତିକୁ ମଞ୍ଜୁର ପ୍ରଦାନ କରାଯାଇଛି। ଏହି ପ୍ରକଳ୍ପ କାର୍ଯ୍ୟ ୨୪ ମାସ ମଧ୍ୟରେ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି। ଫଳରେ କଟକ ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର ହୋଇପାରିବ।
ସେହିପରି ଓଡିଶା ଇଭି ପଲିସି-୨୦୨୧ରେ ସଂଶୋଧନ, ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଦିଆଯିବା, ଓବିସି କମିସନ ସଂଶୋଧନ ନେଇ ଅଧ୍ୟାଦେଶ ଅଣାଯିବା, ଅବକାରୀ ସବଇନସପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ ପ୍ରସ୍ତାବ, ଓଡିଶା ଜଙ୍ଗଲସେବା କ୍ୟାଡରର ପୁନଃଗଠନ କରାଯିବା ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି।
ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛି।
Comments are closed.