www.samajalive.in
Sunday, December 7, 2025
26.1 C
Bhubaneswar

ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ; ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବିକଲା କଂଗ୍ରେସ

ଭୁବନେଶ୍ବର : ରାଜ୍ୟରେ ଦୁଇ ମାସରୁ ଅଧିକ ସମୟ ହେବ ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଆଇନ ବ୍ୟବସ୍ଥା ପ୍ରଭାବିତ ହୋଇଛି । ଦିନକୁ ଦିନ ଏହି ଆନ୍ଦୋଳନ ଆହୁରି  ତୀବ୍ର ହେବାରେ ଲାଗିଛି। ତେବେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଆଇନଜୀବୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିବେ ବୋଲି ଘୋଷଣା କରିଛନ୍ତି।

ତେବେ ରାଜ୍ୟ ସରକାର ଏ ପ୍ରସଙ୍ଗରେ ଏକ ପ୍ରକାର ନିରବଦ୍ରଷ୍ଟା ସାଜିଛନ୍ତି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି । ତେଣୁ ଏଥିରେ ହସ୍ତକ୍ଷେପ କରି ପଦକ୍ଷେପ ନେବାକୁ କଂଗ୍ରେସ ଦଳ ରବିବାର ରାଜ୍ୟପାଳଙ୍କ ନିକଟରେ ଅନୁରୋଧ କରିଛି । ଏହି ସମସ୍ୟାର ସମାଧାନ କରିବାକୁ ରାଜ୍ୟପାଳ ପ୍ରତିଶ୍ରୁତି ଦେଇଥିବା କଂଗ୍ରେସ ନେତା ମହମ୍ମଦ ମୋକିମ କହିଛନ୍ତି ।

- Advertisement -

ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଯେଉଁ ଅଚଳାବସ୍ଥା ସୃଷ୍ଟି ହୋଇଛି ତାହାର ସମାଧାନ କରିବାକୁ ଆଜି  ଶ୍ରୀ ମୋକିମ ଓ ବରିଷ୍ଠ ନେତା କୈଳାଶ ଆଚାର୍ଯ୍ୟଙ୍କ ନେତୃତ୍ବରେ କଂଗ୍ରେସର ୭ ଜଣିଆ ଟିମ୍‌ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟି ଏହି ସମସ୍ୟାର ସମାଧାନ କରିବା ପାଇଁ ଦାବି କରିଛି।

ବିଜେଡି  ଆଇନଜୀବୀ ସାମୁଖ୍ୟକୁ ଏହି  ଆନ୍ଦୋଳନରେ ବ୍ୟବହାର କରି ସରକାର ଆନ୍ଦୋଳନକୁ ଆହୁରି ତୀବ୍ର ରୂପ ଦେଇଛନ୍ତି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ତେଣୁ  ରାଜ୍ୟପାଳ ଏଥିରେ ହସ୍ତକ୍ଷେପ କରି ତୁରନ୍ତ ସମସ୍ୟାର ସମାଧାନ କରନ୍ତୁ ବୋଲି କଂଗ୍ରେସ ଦାବି କରିଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories