www.samajalive.in
Saturday, December 13, 2025
23.1 C
Bhubaneswar

ବିଦ୍ୟାଳୟ ରୂପାନ୍ତରିକରଣ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ

ଆଠଗଡ଼: ଆଠଗଡ଼ ବ୍ଲକ ଅଞ୍ଚଳରେ ୫-ଟି ବିଭାଗ ଦ୍ୱାରା ଚାଲିଥିବା ବିଦ୍ୟାଳୟ ରୂପାନ୍ତରିକରଣ କାର୍ଯ୍ୟର ଏକ ସମୀକ୍ଷା ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ଯେଉଁସବୁ ବିଦ୍ୟାଳୟ ଗୁଡିକର ରୂପାନ୍ତରିକରଣ କାର୍ଯ୍ୟ ଚାଲିଛି ସେ ସଂପର୍କରେ ଆଲୋଚନା କରି ସମସ୍ତ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରି ଯଥାଶୀଘ୍ର ଶେଷ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ରୂପାନ୍ତରିକରଣ କାର୍ଯ୍ୟକୁ ଉଚ୍ଚମାନର କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭାଗୀୟ ଅଧିକାରୀ ଏବଂ ସଂପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ପରାମର୍ଶ ଦେଇଥିଲେ। ଏଥି ସହିତ ଆଠଗଡ଼ ଓ ତିଗିରିଆ ବ୍ଲକରେ ନିର୍ମାଣାଧିନ ମିଶନଶକ୍ତି ଗୃହ ଓ ଅଙ୍ଗନବାଡି ଗୃହ ନିର୍ମାଣ କାର୍ଯ୍ୟ ଉଚ୍ଚମାନର କରିବା ସଙ୍ଗେ ସଙ୍ଗେ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ୨ ବ୍ଲକର ବିଡିଓ ଓ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ, ତିଗିରିଆ ବିଡିଓ ପ୍ରଣବ କୁମାର ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ କୁମାର ଆଚାର୍ଯ୍ୟ, ଆଠଗଡ଼ ଓ ତିଗିରିଆ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁପ୍ରସାଦ ଖାଡେଙ୍ଗା ଓ ସମୀର କୁମାର ରଥ, ସହକାରୀ ବ୍ଲକ ଶିକ୍ଷାଧିକାରୀ ନବକିଶୋର ସାହୁୁ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର ଆଠଗଡ଼ ସହକାରୀ ଯନ୍ତ୍ରୀ ରମେଶ କୁମାର ବେହେରା, ତିଗିରିଆ ସହକାରୀ ଯନ୍ତ୍ରୀ ଅଶୋକ କୁମାର ନନ୍ଦଙ୍କ ସମେତ ସମସ୍ତ କନିଷ୍ଠ ଯନ୍ତ୍ରୀ, ରୂପାନ୍ତର କାର୍ଯ୍ୟ ଚାଲିଥିବା ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories