www.samajalive.in
Monday, December 8, 2025
14.1 C
Bhubaneswar

ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ: ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ମୁକ୍ତ ପାଇଁ ବାଉଁଶୁଣି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଚନ୍ଦ୍ରମା ପକ୍ଷରୁ ଆରମ୍ଭ କରାଯାଇଛି ସଚେତନତା ଅଭିଯାନ। ବୌଦ୍ଧ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ଅପହଞ୍ଚ ଇଲାକା ଶଗଡା ପଂଚାୟତ ଅନ୍ତର୍ଗତ ଚାଂଚେର ଗ୍ରାମରେ ମଙ୍ଗଳବାର ବିଶ୍ଵ ମେଲେରିଆ ଦିବସ ଅବସରରେ ଲୋକଙ୍କୁ ସଚେତନତା କରାଯାଇଛି ।ଗ୍ରାମରେ ସଚେତନତା ଅଭିଯାନ ଆରମ୍ଭ କରିବା ସହିତ ଦାସକାଠିଆ ପାଲା ମାଧ୍ୟମରେ ଲୋକେ କେମିତି ମସାରି ବ୍ୟବହାର କରିବେ ସେନେଇ ସଚେତନ କରାଯାଇଛି। ଚନ୍ଦ୍ରମା ଅନୁଷ୍ଠାନ ର ସମ୍ପାଦକ ରମେଶ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବାଉଁଶୁଣି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ରାଜୀବ ରଞ୍ଜନ ନାୟକ, ସ୍ଥାନୀୟ ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଳ ଓ ବିପିଏମ୍ ସୁଧାଂଶୁ ଶେଖର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। ବାଉଁଶୁଣି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମ୍ୟାଲେରିଆ ସୁପରଭାଇଜର ମନୋଜ କୁମାର ସାହୁ ଲୋକଙ୍କୁ ପୁଙ୍ଖାନୁପୁଙ୍ଖ ଭାବରେ ମ୍ୟାଲେରିଆ ରୋଗର କାରଣ, ଲକ୍ଷଣ ଓ ନିରାକରଣ ବାବଦରେ ଅବଗତ କରେଇଥିଲେ ଶେଷରେ ଚନ୍ଦ୍ରମା ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ମେହେର ସମସ୍ତ କର୍ମକର୍ତା ଓ ଗ୍ରାମବାସିଙ୍କୁ ଧନ୍ୟବାଦ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories