www.samajalive.in
Monday, December 8, 2025
27.1 C
Bhubaneswar

ଥମୁନି ମନୀଷ ସିସୋଦିଆଙ୍କ ସମସ୍ୟା; ପୁଣି ବଢିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ସହ ଜଡ଼ିତ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍‌ ନେତା ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି। ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧିକୁ ମେ’ ୧୨ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି। ଏହାପୂର୍ବରୁ ଅଦାଲତ ଏପ୍ରିଲ ୧୭ରେ ସିସୋଦିଆଙ୍କ ହେପାଜତ ଅବଧିକୁ ୧୦ ଦିନ ପାଇଁ ବଢାଇ ୨୭ ଏପ୍ରିଲ ପର୍ଯ୍ୟନ୍ତ କରିଥିଲେ। ଏହି ଅବଧି ପୁରା ହେବା ପରେ ଅଦାଲତ ମାମଲାର ଶୁଣାଣି କରି ନ୍ୟାୟିକ ହେପାଜତକୁ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ମନୀଷ ସିସୋଦିଆଙ୍କୁ ଫେବୃୟାରୀ ୨୬ ତାରିଖରେ ଦୀର୍ଘ ସମୟ ପଚରାଉଚରା କରିବା ପରେ ଗିରଫ କରିଥିଲା। ମନୀଷ ଏବେ ତିହାର ଜେଲ୍‌ରେ ଅଛନ୍ତି। ଅପରପକ୍ଷେ, ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଅର୍ଥ ହେରଫେରର ଯାଞ୍ଚ କରୁଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories