www.samajalive.in
Monday, December 15, 2025
14.1 C
Bhubaneswar

୯୧ଟି ଏଫଏମ ରେଡ଼ିଓ ପ୍ରସାରଣ କେନ୍ଦ୍ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ଦେଶରେ ରେଡିଓ ସଂଯୋଗ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ୯୧ଟି ଏଫଏମ ଟ୍ରାନ୍ସମିଟରର ଉଦଘାଟନ କରିବେ। ଏହିସବୁ ଏଫଏମ ଟ୍ରାନ୍ସମିଟର ୧୦୦ ୱାଟ କ୍ଷମତା ସମ୍ପନ୍ନ ଅଟେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହାକୁ ଉଦଘାଟନ କରିବେ। ଏହି ଟ୍ରାନ୍ସମିଟରଗୁଡିକ ୧୮ଟି ରାଜ୍ୟ ଏବଂ ୨ଟି କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲ୍ଲାରେ ସ୍ଥାପିତ ହୋଇଛି। ଏହି ପ୍ରକ୍ରିୟାରେ ଆକାଂକ୍ଷିତ ଜିଲ୍ଲା ଏବଂ ସୀମାନ୍ତ ଅଞ୍ଚଳରେ କଭରେଜ୍ ବୃଦ୍ଧି ପାଇଁ ଉପରେ ବିଶେଷ ଧ୍ୟାନ ଦିଆଯାଇଛି।

ଏଥିରେ ଅନ୍ତର୍ଭୁକ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟରେ ବିହାର, ଝାଡ଼ଖଣ୍ଡ, ଓଡିଶା, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ନାଗାଲାଣ୍ଡ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, କେରଳ, ଛତିଶଗଡ, ଗୁଜୁରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଲଦାଖ ଅନ୍ତର୍ଭୁକ୍ତ। ଆକାଶବାଣୀର ଏଫଏମ ସେବାର ଏହି ସମ୍ପ୍ରସାରଣ ସହିତ ଅତିରିକ୍ତ ୨ କୋଟି ଲୋକ ଏଫଏମ ରେଡ଼ିଓ ପ୍ରସାରଣ ସେବା ପାଇପାରିବେ। ଏହା ପ୍ରାୟ ଦେଶର ୩୫ ହଜାର ବର୍ଗ କିଲୋମିଟର ଅଞ୍ଚଳରେ ସେବା ଯୋଗାଇ ଦେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories