www.samajalive.in
Sunday, December 7, 2025
23.1 C
Bhubaneswar

ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟା ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ବେଳେ ମାଆ ଓ ବାପା ସହିତ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଗ୍ରାମର ଡାକ୍ତର ମୁଣ୍ଡା , ପତ୍ନୀ ରଶ୍ମିତା ମୁଣ୍ଡା ଓ ଦୁଇ ଶିଶୁ କନ୍ୟା ଖାଇସାରି ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଆସି ଘରକୁ ଭାଙ୍ଗି ଦେଇଥିଲା। ଘରର କାନ୍ଥରେ ଚାପି ହୋଇ ରହି ଯାଇଥିଲେ ପରିବାରର ସମସ୍ତ ସଦସ୍ୟ । ସ୍ଥାନୀୟ ଲୋକେ ଖବର ପାଇ ସମସ୍ତଙ୍କୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ ସମସ୍ତଙ୍କୁ ଘଟଗାଁ ଡାକ୍ତରଖାନାରେ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତି କରାଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଏକ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଥିଲା। ତେବେ ଅନ୍ୟ ଜଣେ ଶିଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି। ଅନ୍ୟ ପକ୍ଷରେ ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି। ତେବେ କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ କ୍ଷତିପୂରଣ ସହ ଗୋଟିଏ ଘର ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories