www.samajalive.in
Sunday, December 7, 2025
26.1 C
Bhubaneswar

ବ୍ଲକସ୍ତରୀୟ ଜନ ଶୁଣାଣି ଶିବିର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସମିତି କାର୍ଯ୍ୟାଳୟ ପରିସର ସଦଭାବନା ଗୃହଠାରେ ଶୁକ୍ରବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷାର ଆର୍ଥିକ ବର୍ଷ ୨୦୨୨ ଏପ୍ରିଲ ୧ଠାରୁ ୨୦୨୨ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜନ ଶୁଣାଣି ଅନୁଷ୍ଠିତ ହୋଇଛି । ଉପଜିଲାପାଳ ଭୀମସେନ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣିରେ ବ୍ଲକ ଅଧ୍ୟକ୍ଷା ଏମ୍ବ୍ରିତା କାଡ୍ରାକା, ବିଡିଓ ସୁନୀଲ ଖରା, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ରହିଥିଲେ । ୨୦୨୨ ମସିହା ଏପ୍ରିଲ ୧ତାରିଖଠାରୁ ୨୦୨୨ ମସିହା ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ବ୍ଲକର ୧୪ଟି ପଞ୍ଚାୟତରେ କରାଯାଇଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ସମନ୍ୱିତ ଶିଶୁ ବିକାଶ ଯୋଜନା ଓ ମମତା, ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ପଞ୍ଚଦଶ ଅର୍ଥ କମିଶନର ଏକ ବର୍ଷ ମଧ୍ୟରେ କରାଯାଇଥିବା କେଉଁ କେଉଁ ସ୍ଥାନରେ କାର୍ଯ୍ୟ କରାଯାଇଛି, ତାର ଆୟ ବ୍ୟୟ, ବଳକା ଟଙ୍କା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଶୁଣାଣି ହୋଇଥିଲା । ଏଥିରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ପଞ୍ଚାୟତ ଅଧିକାରୀ, ଗ୍ରାମ ରୋଜଗାର ସେବକ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ଶିବିରକୁ ଏପିଓ ମାର୍ଶାଲ ପ୍ରଧାନ ପରିଚାଳନା କରିଥିବା ବେଳେ ଓଏଲଏମର ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର କଳ୍ପତରୁ ବେହେରା ଧନ୍ୟବାଦ ଦେଇଥିଲେ ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories