www.samajalive.in
Monday, December 8, 2025
13.1 C
Bhubaneswar

ସୋମବାର ରାଶିଫଳ

ମେଷ: କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିହିଂସା ପରାୟଣ ହୋଇପାରନ୍ତି। ବଦଖର୍ଚ୍ଚୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବଳବାନ ଓ ଶତ୍ରୁହନ୍ତା ହେବେ।
ବୃଷ: ହାତଛଡ଼ା ହୋଇଥିବା କାର୍ଯ୍ୟଟି ପୁଣି ହାତକୁ ଆସିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନପ୍ରାପ୍ତି ହେବାର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ତେଜସ୍ୱୀ ହେବେ।
ମିଥୁନ: ଘରୋଇ କାର୍ଯ୍ୟରେ ମନୋନିବେଶ କରିବେ। କଳହଠାରୁ ଦୂରେଇ ରହିବେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ନିଜକୁ ନିୟୋଜିତ କରିବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। କୃଷି ଉପରେ ଗୁରୁତ୍ୱ ଦେବେ।
କର୍କଟ: ମାନସିକ ସ୍ତରରେ ଦୃଢ଼ତା ପ୍ରତିପାଦନ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇବେ।
ସିଂହ: ମନୋବଳ ଦୃଢ଼ ହେବ। ସୌଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଧନାଗମର ସୂଚନା ମିଳୁଛି।
କନ୍ୟା: ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ଆୟ ପରିମାଣ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମାଲିମୋକଦ୍ଦମାରେ ଜିଣିବେ। ଧନଲାଭର ସୂଚନା ମିଳୁଛି। ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି। ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।
ତୁଳା: କାର୍ଯ୍ୟରେ ସଫଳତା ମିଳିବା କଷ୍ଟପ୍ରଦ ହେବ। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ରାଜଯୋଗ ସୂଚନା ମିଳୁଛି। ଖର୍ଚ୍ଚାନ୍ତ ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଧାର୍ମିକ ହେବେ।
ବିଛା: କାର୍ଯ୍ୟକ୍ଷେତ୍ରରେ ପୁରଣା ପଦ୍ଧତିକୁ ଛାଡ଼ି ନୂତନ ଧରଣର ପଦକ୍ଷେପ ନେଇ ପାରନ୍ତି। ଆୟ ଆଶାନୁରୂପକ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକ ପ୍ରିୟତା ଅର୍ଜନ କରିବେ। ସରକାରୀ ଅର୍ଥ ମିଳିବ।
ଧନୁ: କାର୍ଯ୍ୟ ନିୟନ୍ତ୍ରଣାଧୀନ ହେବ। ବହୁ ଶୁଭଫଳ ଆଶା କରାଯାଏ। କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଯୁକ୍ତ ହେବ।
ମକର: ହୃଦୟରେ ଭକ୍ତିଭାବ ଜାଗ୍ରତ ହୋଇପାରେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ।
କୁମ୍ଭ: ଧନକ୍ଷୟ ହେବାର ସୂଚନା ମିଳୁଛି। ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧର୍ମାସକ୍ତ ହେବେ। ବୁଦ୍ଧିମାନ ହୋଇପାରନ୍ତି। ପୁତ୍ର, ମିତ୍ର ହେତୁ ସୁଖ ଭୋଗ କରିବାର ସୂଚନା ମିଳୁଛି।
ମୀନ: ଚଲାପଥ କୁସୁମିତ ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ବନ୍ଧୁ ମିଳନରେ ସୁଖ ଅନୁଭବ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଓ ପ୍ରେରଣା ଶୁଭଦାୟକ ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories