www.samajalive.in
Sunday, December 7, 2025
18.1 C
Bhubaneswar

ହତ୍ୟାକାଣ୍ଡ ମାମଲା ; ମାଆ ଓ ତିନି ପୁଅକୁ ଆଜୀବନ କାରାଦଣ୍ଡାଦେଶ

ଧର୍ମଗଡ଼ : ବହୁଚର୍ଚ୍ଚିତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାରେ ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ହତ୍ୟାକାରୀ ତିନି ପୁଅ ଓ ମାଆକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ ଗତ ୧୪/୬/୨୦୧୮ରେ ଜୁନାଗଡ଼ ବ୍ଳକ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ୟ୍ୟାଳୟ ନିକଟରେ ଥିବା ସରକାରୀ ଜମିକୁ ଅନଧିକୃତ ଅକ୍ତିଆର କରି ସକାଳ ୮ଟା ସମୟରେ ସେହି ଗ୍ରାମର ରାଧୁ ଦଣ୍ଡସେନା, ପିତ ଦଣ୍ଡସେନା, ଯଦୁ ଦଣ୍ଡସେନା ଏବଂ ତାଙ୍କ ମାଆ କୁଚିତା ଦଣ୍ଡସେନା ଘର କରିବାକୁ ନିହିଁ ଖୋଳୁଥିଲେ। ତାହା ସରକାରୀ ଜମି ହୋଇଥିବାରୁ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ୟ୍ୟାଳୟରେ ଅସ୍ଥାୟୀ ପିଅନ ଭାବେ କାମ କରୁଥିବା ଛାୟାକାନ୍ତ ଦଣ୍ଡସେନା କାମ ବନ୍ଦ କରିବାକୁ କହିବା ସହ ରାଜସ୍ବ ନିରୀକ୍ଷକଙ୍କ ଆସିବା ପର୍ୟ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିଲେ।
ଏଥିରେ ରାଗି ଯାଇ ଅଭିଯୁକ୍ତ ରାଧୁ ଦଣ୍ଡସେନାଙ୍କ ହାତକୁ ତାଙ୍କ ମାଆ କୁଚିତା ଦଣ୍ଡସେନା ଟାଙ୍ଗିଆ ବଢେଇ ଦେଇଥିଲେ। ଛାୟାକାନ୍ତକୁ ଅଭିଯୁକ୍ତ ରାଧୁ ଟାଙ୍ଗିଆରେ ହାଣିବା ସମୟରେ ତା’ର ଦୁଇ ଭାଇ ପିତ ଓ ଯଦୁ ଛାୟାକାନ୍ତର ଦୁଇ ହାତକୁ ଧରି ରଖିଥିଲେ। ମୁମୁର୍ଷୁ ଅବସ୍ଥାରେ ଛାୟାକାନ୍ତକୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜୁନାଗଡ଼ ପୁଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରିଥିଲା। ଶନିବାର ମାମଲାର ବିଚାର କରି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ ବନ୍ଦନା କର କୁଚିତା ଦଣ୍ଡସେନା ଓ ତାଙ୍କ ତିନି ପୁଅ ରାଧୁ,ପିତ ଏବଂ ଯଦୁଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ପ୍ରତ୍ୟେକଙ୍କୁ ୫୦ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଧିକ ବର୍ଷେ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ମାମଲାକୁ ସରକାରୀ ଓକିଲ ପୂର୍ଣଚନ୍ଦ୍ର ନାଗ ପରିଚାଳନା କରୁଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories