www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ୭ ହଜାର ପାର୍‌‌ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୭ ହଜାର ୧୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧,୩୧୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଆରୋଗ୍ୟହାର ୯୮.୭୦ ପ୍ରତିଶତ ରେକର୍ଡ ହୋଇଛି। ଗତ କାଲି ତୁଳନାରେ ଆଜି ରେକର୍ଡ ହୋଇଥିବା ମାମଲାରେ ସାମାନ୍ୟ ହ୍ରାସ ହୋଇଛି। ଗତକାଲି ୭ ହଜାର ୫୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଏଯାଏଁ ୪,୪୩,୫୬,୬୯୩ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୫୦୮ରେ ପହଞ୍ଚିଛି। ସେହିପରି ଆରୋଗ୍ୟ ହାର ୯୮.୬୯ ପ୍ରତିଶତ ରେକର୍ଡ କରାଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୧୧ ରେକର୍ଡ କରାଯାଇଛି। ମୃତ୍ୟୁ ହାର ୧.୧୮ ପ୍ରତିଶତ ହୋଇଛି। ରାଷ୍ଟ୍ରବ୍ୟାପୀ କୋଭିଡ୍‌‌ -୧୯ ଟିକାକରଣ ଅଭିଯାନ ଅନୁଯାୟୀ, ଦେଶରେ ଏଯାଏଁ କୋଭିଡ ଟିକାର ୨୨୦.୬୬ କୋଟି ପାନ ପ୍ରଦାନ କରାଯାଇଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories