www.samajalive.in
Tuesday, December 9, 2025
26.1 C
Bhubaneswar

ସମ୍ବଲପୁର ହିଂସା ଘଟଣା : ମେ ୧ରେ ଓଡିଶା ଆସିବ ବିଜେପି ଟିମ୍

ଭୁବନେଶ୍ୱର : ସମ୍ବଲପୁର ହନୁମାନ ଜୟନ୍ତୀ ହିଂସା ଘଟଣାର ଅନୁଧ୍ୟାନ ପାଇଁ ଆସନ୍ତା ମେ ୧ ତାରିଖରେ ବିଜେପିର କେନ୍ଦ୍ରୀୟ ଅନୁଧ୍ୟାନ କମିଟି ସମ୍ବଲପୁର ଗସ୍ତରେ ଆସିବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଶନିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉତ୍ତର ପ୍ରଦେଶର ରାଜ୍ୟସଭା ସାଂସଦ ବ୍ରଜଲାଲଙ୍କ ନେତୃତ୍ୱରେ ଗଠିତ ୪ ଜଣିଆ କମିଟି ୧ ତାରିଖରେ ଓଡିଶାରେ ପହଞ୍ଚି ମେ ୨ ତାରିଖରେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ। ଏହାସହ  ହଂସାରେ ମୃତ ଚନ୍ଦ୍ରମଣି ମିର୍ଦ୍ଧାଙ୍କ ଘରକୁ ଯାଇ  ସେମାନେ ପରିବାର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବେ।
ସୂଚନାଯୋଗ୍ୟ, ହନୁମାନ ଜୟନ୍ତୀ ସମୟରେ ସମ୍ବଲପୁରରେ ଘଟିଥିବା ହିଂସାକାଣ୍ଡର ଅନୁଧ୍ୟାନ ପାଇଁ ବିଜେପି ଜାତୀୟ ସଭାପତି ଜେ.ପି ନଡ୍ଡା ଶୁକ୍ରବାର ୪ ଜଣିଆ ଯାଞ୍ଚ ଟିମ୍ ଗଠନ କରିଥିଲେ। ଏହି କମିଟିରେ ଉତ୍ତର ପ୍ରଦେଶର ରାଜ୍ୟସଭା ସାଂସଦ ବ୍ରଜଲାଲ, ଝାଡ଼ଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ ଓ ଆଦିତ୍ୟ ସାହୁ ଏବଂ ପଶ୍ଚିମବଙ୍ଗ ପୁରୁଲିଆ ସାଂସଦ ଜ୍ୟୋତିର୍ମୟ ସିଂ ମେହତୋ ସଦସ୍ୟ ରହିଛନ୍ତି। ଏହି କମିଟି ଘଟଣାସ୍ଥଳକୁ ଯାଇ ସ୍ଥିତି ଯାଞ୍ଚ କରି ସଭାପତିଙ୍କୁ ରିପୋର୍ଟ ଦେବ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories