www.samajalive.in
Monday, December 8, 2025
13.1 C
Bhubaneswar

ଦୁଗ୍ଧ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ, ୧୦୦ କେଜି ଜବତ

ମାଲକାନଗିରି : ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ଦୁଗ୍ଧ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଏହାକୁ ଜବତ କଲା ଅବକାରୀ ପୁଲିସ। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମ ନିକଟରେ ଅବକାରୀ ବିଭାଗର କର୍ମଚାରୀମାନେ ଏନେଇ ଗୁଇନ୍ଦା ସୂଚନା ପାଇଥିଲେ । ଗାଡ଼ି ଯାଞ୍ଚ କରୁଥିବା ସମୟରେ ମହାରାଷ୍ଟ୍ର ନମ୍ବର ଥିବା ଏକ ଦୁଗ୍ଧ ବୋଝେଇ ଗାଡ଼ିକୁ ଅଟକାଇଥିଲେ । ପରେ କାଲିମେଳା ଅବକାରୀ ପୁଲିସ କର୍ମଚାରୀମାନେ ଗାଡ଼ିଟିକୁ ଯାଞ୍ଚ କରିବାରୁ ସେଥିରୁ ୧୦୦ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ଜଣେ ଗଞ୍ଜେଇ ମାଫିଆକୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି । ଜବତ ଗଞ୍ଜେଇର ବଜାର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ଅନୁମାନ କରିଛି ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories