www.samajalive.in
Sunday, December 7, 2025
26.1 C
Bhubaneswar

ଅତାବିରାରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ରେଙ୍ଗାଲିକ୍ୟାମ୍ପ – ଅତାବିରାରେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଉପସ୍ଥିତିରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳୀ ନାୟକ ଏହାର ପରିଚାଳନା କରିଥିଲେ । ଏଥିରେ ୮୮ ଜଣ ବ୍ୟକ୍ତିଙ୍କର ବିଭିନ୍ନ ସମସ୍ୟାର ସମାଧାନ କରାଯାଇଥିଲା । ହୀରାକୁଦ ବିସ୍ଥାପିତଙ୍କୁ ଥଇଥାନ ସହ ସରକାରୀ ସହାୟତା ଯୋଗାଇ ଦେବା , ତାଲିମ ପାଇଁ କୋରାପୁଟ ଯିବା ପାଇଁ ବସ୍‌ ପାଇଁ ଅପେକ୍ଷା କରିଥିବା ଅଙ୍ଗନବାଡି କର୍ମୀ ଦୁର୍ଘଟଣାରେ ଆହତ ହୋଇଥିଲେ ଏବଂ ଜଣଙ୍କର ମୃତ୍ୟୁ ହୋଇଥିଲା , ଏମାନଙ୍କୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।

ଏହା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଯୋଗାଣ, ଧାନବିକ୍ରୀର ସମୟ ବୃଦ୍ଧି ପାଇଁ ଜିଲ୍ଲାପାଳଙ୍କ ନିକଟରେ ଚାଷୀମାନେ ଦାବି ରଖିଥିଲେ । ଏହି ଶୁଣାଣୀରେ ଅନେକଙ୍କ ସମସ୍ୟାର ସମାଧାନ ହୋଇଥିଲା । ଏଥିରେ ଜିଲ୍ଲା ତଥା ବ୍ଲକର ବରିଷ୍ଠ ସରକାରୀ ଅଧିକାରୀ ଉପସ୍ଥିତ ରହିଥିଲେ ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories