www.samajalive.in
Tuesday, December 9, 2025
17.1 C
Bhubaneswar

ବନ୍ଧରେ ବୁଡି ଜଣେ ମୃତ

ଜି.ଉଦୟଗିରି : ଆଜି ଗାଧୋଇବାକୁ ଯାଇ କାନ୍ତେଶ୍ବର ନାୟକ (୫୨) ବନ୍ଧରେ ବୁଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ ମାଲିକାପଡି ପଞ୍ଚାୟତ ସ୍ଥିତ ବତିଙ୍ଗିଆ ଗ୍ରାମର କାନ୍ତେଶ୍ବର ନାୟକ ସକାଳ ପ୍ରାୟ ୮ ଟା ସମୟରେ ଗ୍ରାମରେ ଥିବା ଏକ ବନ୍ଧକୁ ଗାଧୋଇବାକୁ ଯାଇଥିବା ବେଳେ କୌଣସି କାରଣରୁ ବନ୍ଧରେ ବୁଡି ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକ ବହୁ ଖୋଜାଖୋଜି କରି ନିରାଶ ହେବା ପରେ ଜି.ଉଦୟଗିରି ଅଗ୍ନିଶମ କାର୍ୟ୍ୟାଳୟକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ବନ୍ଧରେ ଖୋଜାଖୋଜି ଆରମ୍ଭ କରିଥିଲେ। ତେବେ ବନ୍ଧ ଭିତରେ ଦୀର୍ଘ ସମୟ ଖୋଜିବା ପରେ କାନ୍ତେଶ୍ବରଙ୍କ ମୃତଦେହ ଉଦ୍ଧାର କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories