www.samajalive.in
Monday, December 8, 2025
13.1 C
Bhubaneswar

ପତ୍ନୀହନ୍ତାକୁ ଆଜୀବନ ଜେଲ୍

କେନ୍ଦୁଝରଗଡ଼: ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ହତ୍ୟା କରିଥିବା ଅଭିଯୁକ୍ତ ସ୍ୱାମୀକୁ କେନ୍ଦୁଝର ଜିଲା ଓ ଦୌରାଜଜ୍‌‌ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ବଡବିଲ ଥାନା ବାଘିଆବୁରୁର ଦେବ ନାଏକ କେନ୍ଦୁଝର ଟାଉନ ଥାନା ଅଞ୍ଚଳ ବୀରବରପୁରପାଟଣାର ସବିତା ନାଏକକୁ ୨୦୦୬ରେ ବିବାହ କରିଥିଲେ। ଏହାପରେ ଅଧିକାଂଶ ସମୟ ଶ୍ୱଶୁର ଘରେ ରହି ଦେବ ଡ୍ରାଇଭର ଭାବେ ଜୀବିକା ନିର୍ବାହ କରି ଆସୁଥିଲେ। ତେବେ ସ୍ତ୍ରୀ ସବିତାଙ୍କ ଚରିତ୍ରକୁ ସନ୍ଦେହ କରି ଅନେକ ସମୟରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା। ୧୭ ଅକ୍ଟୋବର ୨୦୧୮ ରାତି ପ୍ରାୟ ୮ଟାରେ ଦେବ ଏକ ଛୁରୀ ସାହାଯ୍ୟରେ ସ୍ତ୍ରୀ ସବିତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା ସବିତାଙ୍କ ବାପା ମୁନା ନାଏକ କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ଅଭିଯୁକ୍ତ ଦେବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ମୋଟ ୧୩ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଜିଲା ଓ ଦୌରାଜଜ୍‌‌ କେନ୍ଦୁଝର ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ପୀଡିତାଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପକ୍ଷରୁ ପବ୍ଲିକ୍‌‌ ପ୍ରୋସିକ୍ୟୁଟର ପ୍ରଦୀପ କୁମାର ଦାସ ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories