www.samajalive.in
Monday, December 8, 2025
17.1 C
Bhubaneswar

ଗ୍ରୀଷ୍ମ ବାତ୍ୟା ଗତି ଜଟିଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅନୁଷ୍ଠିତ ହୋଇଥିବା ବେଳେ ଗ୍ରୀଷ୍ମ ଋତୁର ଗତି ଜଟିଳ ହୋଇଥିବାରୁ ପ୍ରଶାସନକୁ ଆଗୁଆ ପ୍ରସ୍ତୁତ ରହିବାକୁ ସେ ନିର୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫଣି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା। ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡ଼ିବ। ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ଏନ୍‌ଡିଆର୍‌ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ। ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ ଆୟୁକ୍ତ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦେଶ ଦେଇଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories