www.samajalive.in
Sunday, December 7, 2025
18.1 C
Bhubaneswar

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର

ଡେସ୍କ: ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୫-ଟି ସଚିବ ଭି. କେ. ପାଣ୍ଡିଆନ୍‌‌ ଗତ ମାର୍ଚ୍ଚ ମାସରେ ମୟୂରଭଞ୍ଜ ଗସ୍ତରେ ଯାଇଥିବା ବେଳେ ପଣ୍ଡିତ ମୁର୍ମୁଙ୍କ ଜନ୍ମସ୍ଥାନ ଦାଣ୍ଡବୋଷ ଯାଇ ତାଙ୍କ ସମାଧୀସ୍ଥଳ ପରିଦର୍ଶନ କରିଥିଲେ। ତାଙ୍କ ସ୍ମୃତିପୀଠର ବିକାଶ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି।

ସୂଚନା ଅନୁସାରେ ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବବିଦିତ। ପଣ୍ଡିତ ମୁର୍ମୁ ଅଲ୍‌‌ ଚିକି ଲିପିର ଉଦ୍ଭାବନ କରିଥିଲେ।

- Advertisement -

ସୂଚନା ଅନୁଯାୟୀ, ଏହି ଅର୍ଥରେ ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ଲକ୍ଷ ଟଙ୍କା, କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା, ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା, ଡର୍ମିଟୋରୀ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧କୋଟି ଟଙ୍କା, କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ଲକ୍ଷ ଟଙ୍କା, ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଏବଂ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories