www.samajalive.in
Sunday, December 14, 2025
16.1 C
Bhubaneswar

ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଆଠଗଡ: ଆଠଗଡ ଏନଏସି ଅନ୍ତର୍ଗତ ବୀରକିଶୋରପୁର କଙ୍ଗଡାସାହି ନିକଟରେ ଜଣେ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଆଠଗଡ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ୧୦୮ ଆମ୍ବୁଲାନ୍ସ ଯୋଗେ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ମୃତଦେହଟିକୁ ପଠାଇଥିଲେ। ମୃତକଙ୍କର ପରିଚୟ ମିଳିନାହିଁ। ଯୁବକର କିପରି ଭାବେ ମୃତ୍ୟୁ ଘଟିଲା ତଥା ଏଠାକୁ କେମିତି ଆସିଲା ତାହା ନେଇ ସନ୍ଦେହ ପ୍ରକାଶ ପାଇଛି। ଏ ବିଷୟରେ ଆଠଗଡ ଥାନା ଆଇଆଇସି ବାମଦେବ ସ୍ବାଇଁଙ୍କୁ ଯୋଗୋଯୋଗ କରିବାରେ ଯୁବକର ପରିଚୟ ମିଳିନଥିବା ଏବଂ ଆଜି ସଂପୃକ୍ତ ଯୁବକ ଜଣକ ଆଖପାଖ ଅଞ୍ଚଳରେ ବୁଲାବୁଲି କରୁଥିବା ସ୍ଥାନୀୟ ବାସିନ୍ଦା ପ୍ରକାଶ କରିଛନ୍ତି ବୋଲି ସେ କହିଥିଲେ । ଅଚିହ୍ନ ବ୍ୟକ୍ତିଙ୍କ ମୃତଦେହକୁ ଚିହ୍ନଟ ପ୍ରକ୍ରିୟା ପାଇଁ ୩ ରୁ ୪ ଦିନ ଡାକ୍ତରଖାନାରେ ରଖାଯିବ ବୋଲି ଆଇଆଇସି ଶ୍ରୀ ସ୍ୱାଇଁ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories