ଶୁକ୍ରବାର ରାଶିଫଳ (୦୫.୦୫.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated May 5, 2023 Share ମେଷ : ବନ୍ଧୁ ମିଳନ ସୁଖଦାୟକ ହେବ। ଜଣେ ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ବୃଷ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍ ହେବେ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ଖର୍ଚ୍ଚ ସୀମିତ ହେବ। ମିଥୁନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ। କର୍କଟ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ବୁଦ୍ଧିମାନ୍ ହେବେ। ସିଂହ : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ। କନ୍ୟା : ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। Related Posts ଓଡ଼ିଆ ଲେଖିପଢି ଜାଣି ନ ଥିବା ସରପଞ୍ଚ ଲକ୍ଷ୍ମୀ… Jan 10, 2025 ସାମ୍ବାଦିକଙ୍କ ପୂରା ପରିବାରକୁ ହତ୍ୟା Jan 10, 2025 ତୁଳା : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ରୁଚିକର ଭୋଜନ ମିଳିବ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ବିଛା : କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଧନୁ : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମକର : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। କୁମ୍ଭ : ଭାଗ୍ୟଶାଳୀ ହେବେ। ଅଧିକ ଦାୟିତ୍ବବହନ କରିବାର ସୂଚନା ମିଳୁଛି। ଭୋଗ ବିଳାସରେ ସମୟ ଅପଚୟକୁ ନାପସନ୍ଦ କରିପାରନ୍ତି। ପାରିବାରିକ ଜୀବନ ପ୍ରେମପୂର୍ଣ୍ଣ ହେବ। ସାହସୀ ଓ ସମ୍ପତ୍ତିବାନ୍ ହେବେ। ମୀନ : ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ। ପରିସ୍ଥିତି ସହ ଖାପଖୁଆଇ ଚଳିବା କଷ୍ଟସାଧ୍ୟ ହେବ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। Share FacebookTwitterWhatsApp
Comments are closed.