www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦୁପତ୍ର ହିତାଧିକାରୀ ୧୧୧ କୋଟି ଟଙ୍କା ସହୟତା, ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି। ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

- Advertisement -

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories