www.samajalive.in
Tuesday, December 9, 2025
26.1 C
Bhubaneswar

ପିଲାଙ୍କ ସହ ଜନ୍ମଦିନ ପାଳିଲେ ଜିଲ୍ଲାପାଳ

ହରଭଙ୍ଗା: ବୌଦ୍ଧ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଶୁକ୍ରବାର ବୁଦ୍ଧ ପୂର୍ଣ୍ଣିମାରେ ନିଜ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଜିଲ୍ଲାପାଳଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି। ଅପରପକ୍ଷେ, ହରଭଙ୍ଗା ବ୍ଲକ ବଡବନ୍ଧ କନ୍ୟାଶ୍ରମରେ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ବ୍ଲକ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ଜନ୍ମଦିନର ଭେଟି ପାଇଁ ଏକ ବିଶେଷ ଆୟୋଜନ କରାଯାଇଥିଲା। ସମସ୍ତଙ୍କ ଗହଣରେ ଜିଲ୍ଲାପାଳ କେକ୍‌‌ କାଟି ଜନ୍ମଦିନ ପାଳିଥିଲେ। ଶେଷରେ ଛାତ୍ରୀମାନଙ୍କ ସହ ବସି ଗୋଟିଏ ଟେବୁଲରେ ମଧ୍ୟାହ୍ନ ଭୋଜନ କରିଥିଲେ।

- Advertisement -

ଏହି ଅବସରରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟନାରାୟଣ ବେହେରା, ଜିଲ୍ଲା ସୂଚନା ଲୋକସମ୍ପର୍କ ଅଧିକାରୀ ରୀତିକାନ୍ତ ବଳିଆର ସିଂ, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ସହକାରୀ ଯନ୍ତ୍ରୀ ମନୋଜ କୁମାର ପାଣିଗ୍ରାହୀଙ୍କ ସମେତ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରୀମାନଙ୍କ ସହ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories