www.samajalive.in
Friday, December 12, 2025
14.1 C
Bhubaneswar

ତୃତୀୟ ବର୍ଷ ଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ସମ୍ମାନ ବିଭାଗର ତୃତୀୟ ବର୍ଷର ଛାତ୍ରୀ ମାନଙ୍କୁ ବିଦାୟ କାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ରାଜନୀତି ବିଜ୍ଞାନ  ଅଧ୍ୟାପକ ଡକ୍ଟର ନେପାଲ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସଭା ଅନୁଷ୍ଠିତ ହୋଇଥିଲା। ମୁକୁନ୍ଦୀ ଳାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ବଳରାଜ୍ ସିଂହ ଦେଓ ମୁଖ୍ୟ ଅତିଥି, ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପୁରୋହିତ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ତାଙ୍କ ବକ୍ତବ୍ୟରେ ଛାତ୍ରୀ ମାନେ ନିଜ ଜୀବନର ଲକ୍ଷ୍ୟକୁ ନେଇ ଆଗେଇକୁ ପରାମର୍ଶ ଦେଇଥିଲେ। ଇଂରାଜୀ ବିଭାଗ ମୁଖ୍ୟ ସୋମନାଥ ମେହେର ଭାଗବତ ଗୀତାରେ ଦିଆଯାଇଥିବା ଉପଦେଶକୁ ଅନୂପାଳନ କରିବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଛାତ୍ରୀ ଭେଙ୍କଟ ବିଜୟା ଲକ୍ଷ୍ମୀ ପରିଚାଳନା କରିଥିଲେ, ଛାତ୍ରୀ ଅରୂପା ସ୍ବାଗତ ଓ ବିଦାୟ ଗୀତ ପରିବେଷଣ କରିଥିଲେ,ଅନ୍ୟମାନଙ୍କ ମଧ୍ୟରେ ଛାତ୍ରୀ ସୁଷମା କୁଅଁର, ଲିପି ଠାକୁର, ଲିଜା ହୋତା, କୁମାରୀ ରଶ୍ମି ସାହୁ ପ୍ରମୁଖ ସହଯୋଗ କରିଥିଲେ। ପରିଶେଷରେ ଅଧ୍ୟାପକ ଡକ୍ଟର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories