ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ
ଡେସ୍କ : ଭାରତୀୟ ପାଣିପାଗ ବିଭାଗର ପୁର୍ବ ଆକଳନ ଅନୁସାରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ତେବେ ୯ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
A cyclonic circulation has formed and lay over southeast Bay of Bengal and neighbourhood extending upto middle tropospheric level at 0830 IST of today the 6th May, 2023.
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ pic.twitter.com/eS9aH7ero5
— Meteorological Centre, Bhubaneswar (@mcbbsr) May 6, 2023
Comments are closed.