www.samajalive.in
Tuesday, December 9, 2025
17.1 C
Bhubaneswar

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଶନିବାର ସକାଳ ସାଢ଼େ ୮ଟା ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଅର୍ଥାତ ୮ତାରିଖ ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରାଯାଇଛି। ୯ ତାରିଖ ବେଳକୁ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହି ଅବପାତଟି ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ ଏବଂ ସେଠାରେ ଏହା ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ବର୍ତ୍ତମାନ ସୁଦ୍ଧା ସମ୍ଭାବ୍ୟ ବାତ୍ୟାର ଗତିପଥ ଏବଂ ତୀବ୍ରତାକୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ଆକଳନ କରାଯାଇ ନାହିଁ।

ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବିଭାଗର ଆକଳନ ଅନୁସାରେ ଶନିବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପରେ ପରିଣତ ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ, ତୀବ୍ରତା ସଂକ୍ରାନ୍ତରେ ସ୍ପଷ୍ଟ ଭାବେ ଆକଳନ କରାଯାଇ ପାରିବ। ବାତ୍ୟା ସଂକ୍ରାନ୍ତରେ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ତେବେ ଲଘୁଚାପ ଏବଂ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତା’ର ନିକଟବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ୭ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ରହିଛନ୍ତି ସେମାନେ ଶୀଘ୍ର ଫେରି ଆସିବାକୁ ପରାମର୍ଶ
ଦେଇଛନ୍ତି। ଲଘୁଚାପ ସୃଷ୍ଟି ହେବା ଦ୍ବାରା ସେଠାରେ ସମୁଦ୍ରର ଯେଉଁ ଅବସ୍ଥା ସୃଷ୍ଟି ହେବାକୁ ଯାଉଛି ତାହା ଦ୍ୱାରା ଡଙ୍ଗା, ଛୋଟ ଜାହାଜ ଓ ଟ୍ରଲର ଚଳାଚଳ ପ୍ରଭାବିତ ହୋଇପାରେ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ସମ୍ଭାବ୍ୟ ବାତ୍ୟାର ଗତିପଥ, ତୀବ୍ରତା ଏବଂ କେଉଁ ସ୍ଥଳ ଭାଗ ନିକଟରେ ପହଞ୍ଚିବ ସେ ବିଷୟରେ ସବିଶେଷ ସୂଚନା ବିଭାଗ ପକ୍ଷରୁ ଦିଆଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ନିର୍ଦିଷ୍ଟ କେତେକ ପାଣିପାଗ ମଡେଲ ଗୁଡ଼ିକର ଆକଳନ ସମ୍ଭାବ୍ୟ ବାତ୍ୟା ଭୀଷଣ ରୂପ ନେଇ ଉପକୂଳ ଆଡକୁ ମାଡ଼ି ଆସିବ। ଆସନ୍ତା ୧୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇ ବାଂଲାଦେଶ-ମିଆଁମାର ଉପକୂଳ ଆଡକୁ ଗତି କରିବ। ଆପାତତଃ ୧୩ତାରିଖ ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୧୮୫କିମିରୁ ୧୯୫କିମି ପର୍ଯ୍ୟନ୍ତ ବହିପାରେ। ସ୍ଥଳବିଶେଷରେ ଝଟକା ପବନ ଘଣ୍ଟା ପ୍ରତି ୨୧୦କିମିରୁ ୨୨୦କିମି ପର୍ଯ୍ୟନ୍ତ ଛୁଇଁବାର ସମ୍ଭାବନା ରହିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆଗାମୀ ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ଦ୍ବାରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ଆକଳନ କରାଯାଇଛି। ୮ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ଛୁଇଁପାରେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories