www.samajalive.in
Saturday, December 13, 2025
26.1 C
Bhubaneswar

ହାତୀ ଆକ୍ରମଣ: ୫ ମାସରେ ଗଲାଣି ୧୦ ଜୀବନ, ଆଜି ଜଣେ ମହିଳାଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ ହାତୀ ପୁଣି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ମହିଳା ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ (୫୭)। ଆଜି ପ୍ରାତଃ ସମୟରେ ମହିଳା ଜଣକ ପ୍ରାତଃ ସମୟରେ ଆମ୍ବ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ମହିଳାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ତଳଗଡ଼ ଗାଁରେ ଏ ନେଇ ଉତ୍ତେଜନା ଦେଖାଦେଇଛ। ଚଳିତ ବର୍ଷ ଜାନୁଆରୀ ମାସ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ହାତୀ ପାଇଁ ଗାଁ ଗାଁରେ କୋକୁଆ ଭୟ ସୃଷ୍ଟି ହେଲାଣି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories