www.samajalive.in
Tuesday, December 9, 2025
17.1 C
Bhubaneswar

୮ ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼

ଭୁବନେଶ୍ବର: ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼ ୮ ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି। ସୃଷ୍ଟ ଘୁର୍ଣ୍ଣିଝଡ଼ ଗତକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ୮ ସୁଦ୍ଧା ଲଘୁଚାପ କ୍ଷେତ୍ର ଏବଂ ଏହା ଅଧିକ ଘନୀଭୂତ ହୋଇ ୯ ସୁଦ୍ଧା ଅବପାତରେ ପରିଣତ ହେବ। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟାର ଗତିପଥ ଓ ତୀବ୍ରତା ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳକୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ୬୦କିଲୋମିଟର ବେଗରେ ପବନ ବହିପାରେ । ଆଣ୍ଡାମାନ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଇଥିବାବେଳେ ୮ତାରିଖରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ। ଆଭ୍ୟନ୍ତରଣୀଣ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ତାତି। କାଳବୈଶାଖୀର ପ୍ରଭାବ କମିବା ସହିତ ତାତି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି।

- Advertisement -

ତେବେ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲାରେ କାଳବୈଶାଖୀ ଦେଖାଦେବ ଏବଂ ଏହାର ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକ ପାଇଁ ସତର୍କତା କରାଯାଇଛି । ଉପକୂଳ ଓଡ଼ିଶାର ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବ। ବାତ୍ୟା ନେଇ ଓଡ଼ିଶାକୁ ବିପଦ ନଥିବା କୁହାଯାଇଥିବାବେଳେ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories