www.samajalive.in
Monday, December 8, 2025
13.1 C
Bhubaneswar

୨୪ ଘଣ୍ଟାରେ ବାତ୍ୟା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ ମଙ୍ଗଳବାର ଅପରାହ୍ଣ ସାଢେ ୫ଟା ବେଳକୁ ଏକ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ସନ୍ଧ୍ୟାରେ ବାତ୍ୟାରେ ପରିଣତ ହେବ। ପରେ ବାତ୍ୟା ସେହି ଦିଗ ବଜାୟ ରଖି ୧୧ ତାରିଖ ସକାଳେ ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେବାକୁ ଥିବାବେଳେ ସନ୍ଧ୍ୟାରେ ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ। ସମ୍ଭାବ୍ୟ ବାତ୍ୟା ଧୀରେ ଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରି ୧୪ତାରିଖ ପୂର୍ବାହ୍ନରେ ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଉତ୍ତର ମିଆଁମାର ଉପକୂଳ ଦେଇ କକ୍ସ ବଜାର (ବାଂଲାଦେଶ) ଏବଂ କାୟାକ୍ପିୟୁ (ମିଆଁମାର) ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି। ଅବପାତଟି ପୋର୍ଟ ବ୍ଲେୟାର ଠାରୁ ଦକ୍ଷିଣ-ପଶ୍ଚିମରେ ୫୧୦ କିମି ଦୂରରେ ଘନୀଭୂତ ହେଉଥିବା ବେଳେ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ କକ୍ସ ବଜାର (ବାଂଲାଦେଶ)ଠାରୁ ୧୪୮୦ କିମି ଦୂରରେ ରହିଛି। ମିଆଁମାର ସିଟୱେଠାରୁ ଦକ୍ଷିଣ-ପଶ୍ଚିମରେ ୧୩୬୦ କିମି ଦୂରରେ ଘନୀଭୂତ ହେଉଛି। ମଙ୍ଗଳବାରଠାରୁ ୧୨ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପବନର ବେଗ ଘଣ୍ଟାପ୍ରତି ୭୫ କି.ମି. ହୋଇପାରେ। ଉଚ୍ଚ ଜୁଆର ଉଠିବା ଦ୍ବାରା ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories