www.samajalive.in
Sunday, December 14, 2025
14.1 C
Bhubaneswar

ବିଶ୍ବନାଥପୁରରେ ବିଜେଡିର ଜୋନସ୍ତରୀୟ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁରଠାରେ ବିଜେଡିର ଜୋନସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇ ଥିବାବେଳେ ବିଶିଷ୍ଟ ଅତିଥି ଭାବେ ପୂର୍ବତନ ବିଧାୟକ ଶିବାଜୀ ମାଝୀ, ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଜିଲ୍ଲା ପରିଷଦ ସଭ୍ୟ ଅଞ୍ଜଳି ମାଝୀ, ପରୀକ୍ଷିତ ନାଏକ, ବରିଷ୍ଠ ବିଜେଡି ନେତା ହରିଶ୍ଚନ୍ଦ୍ର ବୁଦ୍ଧିଆ, ମନୋହର ହରପାଲ, ଶ୍ରୀଧର ପେସନିଆ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଟଙ୍କଧର ମାଝୀ, ଯୁବନେତା ହିମାଦ୍ରୀ ପେସନିଆ, ସୌରଭ ପାତ୍ର, ମିଡ଼ିଆ ସେଲ ସଭାପତି ସନ୍ତୋଷ କୁମାର ତୁଳ,ବ୍ଲକ ଯୁବ ବିଜେଡି ସଭାପତି ଡିଲେଶ କୁମାର ନାଗ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ । ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ସମିତିସଭ୍ୟ ସଂଘର ସଭାପତି ଜଗଦୀଶ ବେନିଆଁ ସ୍ବାଗତ ଅଭିଭାଷଣ ସହିତ ସଭା ପରିଚାଳନା କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ନେତା ତରୁଣ କୁମାର ଦାସ, ପ୍ରସନ୍ନ କୁମାର ପରିଡ଼ା, ହରିଶଙ୍କର ପାତ୍ର, ମନୋରଞ୍ଜନ ବିଶି, ସୁରେନ୍ଦ୍ର ମାଝୀ, ବନମାଳୀ ଦଳେଇ, ରୂପେନ୍ଦ୍ର ଛତ୍ରିଆ, ସଞ୍ଜୀବ ପଣ୍ଡା, ବୀର ବେନିଆଁ, ବିଶିକେଶନ ଆର୍ୟ୍ୟ, ସେନାପତି ରଣାଙ୍କ ସମେତ ୧ ନମ୍ବର ଜିଲ୍ଲା ପରିଷଦ ଜୋନ୍ ତଥା ଲାଞ୍ଜିଗଡ଼ ବ୍ଲକର ୧୩ ଗୋଟି ପଞ୍ଚାୟତରୁ ତିନିଶହରୁ ଉର୍ଦ୍ଧ୍ବ ଦଳୀୟ କର୍ମୀ ସାମିଲ ହୋଇଥିଲେ । ଏଇ ଅବସରରେ ବିଜେଡି ସରକାରର ସୁଶାସନ ଓ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଘରେ ଘରେ ପହଞ୍ଚାଇବାକୁ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦିଆଯାଇଥିଲା ।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories