ଡେସ୍କ: ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିବା ପ୍ରଫେସର କିଶୋର କୁମାର ବାସାଙ୍କୁ ଭାରତୀୟ ପୁରାତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ। ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ୬ ମାସ ପର୍ଯ୍ୟନ୍ତ କିମ୍ବା ସେହି ପଦବୀରେ ପରବର୍ତ୍ତୀ ନିଯୁକ୍ତି ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ଅନୁମୋଦନ ପରେ ମନ୍ତ୍ରାଳୟ ପକ୍ଷରୁ ଏହି ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି।



