www.samajalive.in
Monday, December 8, 2025
27.1 C
Bhubaneswar

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ନବୀନ

ନୂଆଦିଲ୍ଲୀ : ଓଡ଼ିଶା ସ୍ୱାର୍ଥ ପ୍ରସଙ୍ଗରେ ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବୁଧବାର ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଭେଟଘାଟ କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ଯାହା ଦାବି ରହିଛି ତାହା ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବି। ଏଥିସହ ଦିଲ୍ଲୀ ଗସ୍ତକାଳରେ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୁଧବାର ତିନିଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ଗୁରୁବାର ଓ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ। କେନ୍ଦ୍ରକୁ ବିଭିନ୍ନ ଯୋଜନାରେ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି କରିପାରନ୍ତି। ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ପ୍ରତ୍ୟାବର୍ତ୍ତନ କାର୍ଯ୍ୟକ୍ରମ ରହିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories