www.samajalive.in
Saturday, December 13, 2025
21.1 C
Bhubaneswar

ସରପଞ୍ଚଙ୍କ ୧୦ଟି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର  : ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ପଞ୍ଚାୟତର ସରପଞ୍ଚଙ୍କ ୫୭ଲକ୍ଷ ଟଙ୍କାର ୧୦ଟି ପ୍ରକଳ୍ପକୁ ମଞ୍ଜୁରି ଦେଇଛନ୍ତି। ଜଗତସିଂହପୁର ଜିଲା ପଳାଶୋଳ ପଞ୍ଚାୟତ ସରପଞ୍ଚଙ୍କ ୪ଟି ଓ କନ୍ଧମାଳ ଜିଲାର ବିଶିପଡ଼ା ପଞ୍ଚାୟତ ସରପଞ୍ଚଙ୍କ ୬ଟି ପ୍ରକଳ୍ପ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଛି। ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ସଂପୃକ୍ତ ପଞ୍ଚାୟତର ସରପଞ୍ଚଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିବାକୁ କହିଥିଲେ। ସେମାନଙ୍କଠାରୁ ପଞ୍ଚାୟତ ଭିତ୍ତିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବଗୁଡ଼ିକୁ ବିଚାର କରି ତୁରନ୍ତ ମଞ୍ଜୁର କରିଥିଲେ। ଗାଁର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରୟାସ ପାଇଁ ସ୍ଥାନୀୟ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡିବା ସହ ମଞ୍ଜୁର ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଏବଂ ଭଲ ଭାବରେ କରିବାକୁ ପରାମର୍ଶ ଦେଇଥିଲେ। ୫ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରତି ବୁଧବାର ଓ ଶୁକ୍ରବାର ଦିନ ପଞ୍ଚାୟତର ଜନସାଧାରଣଙ୍କୁ ଭେଟି ସେମାନଙ୍କ ଗ୍ରାମର ବିକାଶ ସମ୍ପର୍କରେ ଆଲୋଚନା କରୁଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଓ ସଂପୃକ୍ତ ଜିଲାର ଜିଲାପାଳମାନେ ଯୋଗ ଦେଇଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories