www.samajalive.in
Sunday, December 7, 2025
14.1 C
Bhubaneswar

ଗାଜିୟାବାଦର ପ୍ଲାଷ୍ଟିକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ମଙ୍ଗଳବାର ସକାଳୁ ଗାଜିୟାବାଦର ଏକ ପ୍ଲାଷ୍ଟିକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗୋଦାମରେ ଥିବା ସମସ୍ତ ଜିନଷ ପତ୍ର ପୋଡି ଜଳି ପାଉଁଶ ହୋଇଯାଇଛି । ଅଗ୍ନିଶମ କର୍ମଚାରୀ ପହଞ୍ଚି ବହୁ ସମୟ ଧରି ସଂଘର୍ଷ କରିବା ପରେ ନିଆଁକୁ ଆୟତ କରିବାରେ ସଫଳ ହୋଇଛନ୍ତି । ଅଗ୍ନିକାଣ୍ଡ ଘଟିଥିବା ଗୋଦାମର ଅତି ନିକଟରେ ଏକ ପ୍ଲାଷ୍ଟିକ କାରଖାନା ଥିବାରୁ ନିଆଁ ଭୟଙ୍କର ରୂପ ନେଇଥିଲା । ଏଥିରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ । ହେଲେ ଅଗ୍ନିକାଣ୍ଡ ଯୋଗୁଁ ଆଖପାଖରେ ରହୁଥିବା ଲୋକେ ପ୍ରଭାବିତ ହୋଇଛନ୍ତି । ତେବେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

- Advertisement -

ସେହିପରି ମଥୁରାରେ ଏକ ଟ୍ରକରେ ନିଆଁ ଲାଗିଥିବା ସୂଚନା ମିଳିଛି । ସ୍ଥାନୀୟଲୋକେ ନିଆଁ ଲିଭାଇବାକୁ ଚେଷ୍ଟା କରିବା ପରିବର୍ତ୍ତେ ଏହାର ଭିଡିଓ ରେକର୍ଡିଂ କରିଥିଲେ । ଚାହୁଁ ଚହୁଁ ଟ୍ରକଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଥିଲା। ହେଲେ କେହି ଅଗ୍ନିଶମ ବିଭାଗକୁ ଖବର କରିନଥିଲେ ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories