www.samajalive.in
Monday, December 8, 2025
27.1 C
Bhubaneswar

ଅତିଭୀଷଣ ବାତ୍ୟାରେ ପରିଣତ ହେଲା ‘ମୋକା’

ନୂଆଦିଲ୍ଲୀ : ଦକ୍ଷିଣପୂର୍ବ ତତସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇଛି ‘ମୋକା’ । ଏହା ଆଜି ସକାଳ ୫.୩୦ର ପର୍ୟ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୯କିମି ହାରରେ ଉତ୍ତରଆଡକୁ ଗତି କରୁଛି।୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ରହିବା ସହ ପୋର୍ଟବ୍ଲେୟାର ଠାରୁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ୫୨୦ କିମି , ବାଂଲାଦେଶର କକ୍ସ ବଜ଼ାର ଠାରୁ ଦକ୍ଷିଣଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି, ଏବଂ ମିଆଁମାରର ସ୍ୱଇଟେ ଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି ।
ଏହା ଧୀରେ ଧୀରେ ଗତିର ଦିଗ ପରିବର୍ତ୍ତନ କରି ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବାଂଲାଦେଶ ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ନିକଟରେ ସ୍ଥାୟୀ ପବନ ଘଣ୍ଟାପ୍ରତି ୧୫୦ ରୁ ୧୬୦ ସର୍ବାଧିକ ୧୭୫କିମି ସହ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories