www.samajalive.in
Thursday, December 11, 2025
23.1 C
Bhubaneswar

ଶନିବାର ରାଶିଫଳ (୧୩.୦୫.୨୦୨୩)

ମେଷ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବାର ସୂଚନା ମିଳୁଛି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିବ। କରିତ୍‌କର୍ମା ହେବେ।

ବୃଷ : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପରିବାର ପ୍ରତି ସ୍ନେହଭାବ ରହିବ। ସମ୍ମାନିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

କର୍କଟ : ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ବେଳେବେଳେ କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସନ୍ତାନ ପାଇଁ ଗର୍ବିତ ହେବେ ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ ଆଜି।

ସିଂହ : ବନ୍ଧୁ ମିଳନ ଆନନ୍ଦଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଅହଂଭାବକୁ ସମର୍ପି ଦେବେ। ପତ୍ନୀଙ୍କ ଉପଦେଶ ମାନିବେ।

କନ୍ୟା : ଭ୍ରାତୃଭାବ ଅତୁଟ ରହିବ। ପରିସ୍ଥିତିକୁ ଆକଳନ କରି ଖର୍ଚ୍ଚକୁ ସୀମିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସମ୍ମାନିତ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ବିଛା : ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ଧନୁ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେ​‌େ​‌ବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ସମ୍ମାନିତ ହେବେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପତ୍ନୀଙ୍କ ଉପଦେଶ ମାନିବେ। ମିତ୍ରଙ୍କ ସହାୟତା ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସ୍ବାସ୍ଥ୍ୟ ଭଲ ରହିବ।

ମୀନ : କର୍ମଚଞ୍ଚଳ ରହିବେ । ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନଲାଭର ସୂଚନା ମିଳୁଛି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories